Site icon ଆଜିକାଲି

୧୮ ଡିସେମ୍ବର ରବିବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ:-ଶତୃମାନେ ଦୂରେଇ ଯିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବାକଷ୍ଟ ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଘର-ପରିବାରକୁ ପ୍ରାଥମିକତା ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସା ପାଇବେ । ପରିବହନରେ ବିଶେଷ ଲାଭବାନ ହେବେ । ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନ ପାଇବେ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ଘରୋଇ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ନିଜ ପରିଶ୍ରମରେ ସଫଳତା ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କାଲେ ସଫଳତା ପ୍ରାପ୍ତି ହେବ । କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବାହନ ଆଦି କ୍ରୟ କରିପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଧନମାନ ଦିଗରୁ ସୁରକ୍ଷିତ ରହିବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ ।

Exit mobile version