Site icon ଆଜିକାଲି

ଖୁବଶୀଘ୍ର ଇସ୍ତଫା ଦେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି। ଆପ କର୍ମୀଙ୍କୁ ସମ୍ବୋଧିତ କରିବାବେଳେ ସେ ଏହି ଘୋଷଣା କରିଛନ୍ତି। ତାଙ୍କ ସମ୍ବୋଧନରେ ସେ କହିଛନ୍ତି ଯେ, ଜନସାଧାରଣଙ୍କ ଆଶୀର୍ବାଦରେ ଭାଜପାର ସମସ୍ତ ଷଡଯନ୍ତ୍ରକୁ ପ୍ରତିହତ କରିବାର ଶକ୍ତି ଆମର ଅଛି। ସେ ଆହୁରି କହିଛନ୍ତି ଯେ, ଆମେ ଭାଜପା ଆଗରେ ନଇଁବୁ ନାହିଁ।

ଆସନ୍ତା ଦୁଇ ଦିନ ମଧ୍ୟରେ ହେବାକୁ ଥିବା କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯିବା ସହ ଜଣେ ନୂତନ ମୁଖ୍ୟମନ୍ତ୍ରୀ ନିଯୁକ୍ତ ହେବେ ବୋଲି ସେ ପ୍ରକାଶ କରିଛନ୍ତି। କେଜ୍ରିୱାଲ ଏହା ମଧ୍ୟ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରସ୍ତୁତ “ଷଡଯନ୍ତ୍ର” ତାଙ୍କର ଦୃଢ଼ ସଂକଳ୍ପକୁ ଭାଙ୍ଗି ପାରିବ ନାହିଁ ଏବଂ ଦେଶ ପାଇଁ ସଂଗ୍ରାମ ଜାରି ରଖିବାକୁ ଶପଥ ନେଇଛନ୍ତି।

Exit mobile version