Site icon ଆଜିକାଲି

ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର, ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର : ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ବୋଲ ବମ୍‌ ହର୍‌ ହର୍‌ ବମ୍‌ରେ କମ୍ପୁଛି ଶୈବ ପୀଠ। ଦେବେ ଦେବ ମହାଦେବଙ୍କୁ ଜଳଲାଗି ପାଇଁ ରାଜ୍ୟର ବିଭିନ୍ନ ଶୈବପୀଠରେ କାଉଡିଆଙ୍କ ଭିଡ଼। ଲମ୍ବା ଧାଡିରେ ଆସି ବାବାଙ୍କୁ ଜଳଲାଗି କରୁଛନ୍ତି ଶ୍ରଦ୍ଧାଳୁ। ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିଛି। ଶାନ୍ତି ଶୃଙ୍ଖଳା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯିବା ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

Exit mobile version