Site icon ଆଜିକାଲି

ଧାମନଗର ଉପ-ନିର୍ବାଚନ ଗଣତି : ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ଆଗୁଆ

ଭଦ୍ରକ : ଧାମନଗର ଉପ-ନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ଭିତରେ ଭଦ୍ରକ ସଂସ୍କୃତି ଭବନରେ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ସହ ଭୋଟ ଗଣତି ଆରମ୍ଭ ହୋଇଛି । ପ୍ରଥମ ରାଉଣ୍ଡ ଭଳି ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ରାଉଣ୍ଡରେ ବି ଆଗରେ ବିଜେପି ପ୍ରାର୍ଥୀ ସୁରଜ ସୂର୍ଯ୍ୟବଂଶୀ । ଚତୁର୍ଥ ରାଉଣ୍ଡ ଭୋଟ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୩୨୬୧ ଖଣ୍ଡ ଭୋଟରେ ଆଗୁଆ ରହିଛି ।

ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ସୁରଜ ସୂର୍ଯ୍ୟବଂଶୀ ୧୮୧୮୧ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୧୪୯୨୦ ଭୋଟ ପାଇଛନ୍ତି । ସେହିଭଳି କଂଗ୍ରେସ ପ୍ରାର୍ଥୀ ୫୫୭ ଏବଂ ଅନ୍ୟାନ୍ୟ ୨୩୬୨ ଭୋଟ ପାଇଛନ୍ତି । ଭୋଟ ୧୪ଟି ଟେବୁଲରେ ଚାଲିଛି ଭୋଟ ଗଣତି ।

Exit mobile version