Site icon ଆଜିକାଲି

ଧାମନଗର ଉପ-ନିର୍ବାଚନ ଗଣତି ଆରମ୍ଭ : ପ୍ରଥମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଆଗୁଆ

ଭଦ୍ରକ : ଧାମନଗର ଉପନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ଭିତରେ ଭଦ୍ରକ ସଂସ୍କୃତି ଭବନରେ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ସହ ଭୋଟ ଗଣତି ଆରମ୍ଭ ହୋଇଛି । ଗଣତି ପାଇଁ ମୋଟ ୧୪ଟି ଟେବୁଲ କରାଯାଇଛି। ମୋଟ ୧୮ ରାଉଣ୍ଡରେ ଗଣତି ହେବ। ଅପରାହ୍ନ ୫ଟା ସୁଦ୍ଧା ଫଳାଫଳ ଘୋଷଣା ହେବା ନେଇ ସୂଚନା ମିଳିଛି । ଏହି ପରିପ୍ରେକ୍ଷୀରେ ପ୍ରଥମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୪୭୪୯, ଅବନ୍ତୀ ଦାସ ୩୯୮୦ ଓ ରାଜେନ୍ଦ୍ର ଦାସ ୪୦୦ ଭୋଟ ପାଇଥିବା ଜଣାପଡିଛି । ଫଳରେ ଭାଜପା ପ୍ରାର୍ଥୀ ୭୬୯ ଭୋଟରେ ଆଗୁଆ ଥିବା ଜଣାପଡିଛି ।

ଉପନିର୍ବାଚନରେ ଦିବଂଗତ ନେତା ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ତଥା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ, ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଓ କଂଗ୍ରେସ ପ୍ରାର୍ଥୀ ବାବା ହରେକୃ‌ଷ୍ଣ ସେଠୀଙ୍କ ଭିତରୁ କିଏ ବିଜୟୀ ହେଉଛନ୍ତି, ତାହା ଜାଣିବାକୁ ପ୍ରବଳ ଉତ୍କଣ୍ଠା ଲାଗି ରହିଛି।

Exit mobile version