Site icon ଆଜିକାଲି

ବିଶିଷ୍ଟ ଚିତ୍ରଶିଳ୍ପୀ ବଂଶୀଧର ପ୍ରତିହାରୀ ପାଇବେ ଧର୍ମପଦ ପୁରସ୍କାର

ଭୁବନେଶ୍ବର : ଓଡିଶା ଲଳିତ କଳା ଏକାଡେମୀ ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୨୨ ପାଇଁ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ଓ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷିତ ହୋଇଛି। ବିଶିଷ୍ଟ ଚିତ୍ରଶିଳ୍ପୀ ବଂଶୀଧର ପ୍ରତିହାରୀ ପାଇବେ ଧର୍ମପଦ ପୁରସ୍କାର ।

ଭାସ୍କର୍ଯ୍ୟ ଓ ଚିତ୍ରଶିଳ୍ପୀ ବ୍ରଜବନ୍ଧୁ ମିଶ୍ର, ତାଳପତ୍ର ଚିତ୍ରଶିଳ୍ପୀ ଲକ୍ଷ୍ମୀଧର ସୁବୁଦ୍ଧି, ପାରମ୍ପରିକ ପଟ୍ଟଚିତ୍ର ଶିଳ୍ପୀ ଭ୍ରମରବର ନାୟକ, ଚିତ୍ରଶିଳ୍ପୀ ରମେଶ କୁମାର ବେହେରା ଓ ପ୍ରସ୍ତର ଶିଳ୍ପୀ କେଶବ ଚନ୍ଦ୍ର ମହାରଣାଙ୍କୁ ଶିଳ୍ପୀ ସମ୍ବର୍ଦ୍ଧନା ସମ୍ମାନରେ ସମ୍ମାନିତ କରାଯିବ। ଆସନ୍ତା ୬ ତାରିଖରେ ଭୁବନେଶ୍ବର ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ପୁରସ୍କାର ଓ ସମ୍ବର୍ଦ୍ଧନା ଦିଆଯିବ ।

Exit mobile version