ସମ୍ବଲପୁର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ମୋଟ ୧୪ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ କରାଯାଉଥିବାବେଳେ ଆବଶ୍ୟକ ପଡ଼ିଲେ ଆଉ ଗେଟ୍ ଖୋଲାଯିବ । ତେବେ ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ । ମହାନଦୀ ଉପରମୁଣ୍ଡରେ ହାରାହାରି ୩୭ମିଲିମିଟର ବର୍ଷା ହୋଇଛି। ତଳମୁଣ୍ଡରେ ବର୍ଷା ନାହିଁ। ତେଣୁ ବନ୍ୟା ସ୍ଥିତି ନଥିବା ସୂଚନା ଦେଇଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ ।
ବୁଧବାର ଅପରାହ୍ନ ୪ଟାରେ ହୀରାକୁଦର ୨ଟି ଗେଟ ଖୋଲାଯାଇଥିଲା । ରାତି ସାରା ଏହି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା । ଜଳସ୍ତର ଅଧିକ ରହିଥିବାରୁ ଗୁରୁବାର ଆଉ ୧୨ଟି ଗେଟ ଖୋଲାଯାଇଛି । ଇନ- ଫ୍ଲୋ ଦେଢ଼ ଲକ୍ଷ କ୍ୟୁସେକରୁ ଅଧିକ ହେବାରୁ ଆଜି ଗେଟ ଖୋଲା ଯାଇଥିବା କହିଛନ୍ତି ହୀରାକୁଦ ଡ୍ୟାମର ମୁଖ୍ୟ ଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ । ଆଗକୁ ମଧ୍ୟ ଆହୁରି ଅଧିକ ଗେଟ ଖୋଲାଯିବା ନେଇ ସମ୍ଭାବନା ମଧ୍ୟ ରହିଛି ।