Site icon ଆଜିକାଲି

ପ୍ରବଳ ବର୍ଷା ନେଇ ଆଜି କୋରାପୁଟ ଓ ଗଜପତି ଜିଲାରେ ସବୁ ସ୍କୁଲ୍ ଛୁଟି

କୋରାପୁଟ: ଆଜି କୋରାପୁଟ ଓ ଗଜପତି ଜିଲ୍ଲାରେ ସବୁ ସ୍କୁଲ ଛୁଟି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ପରବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ହୋଇ ପହିଲା ଯାଏଁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆଜି କୋରାପୁଟ ଏବଂ ଗଜପତି ଜିଲ୍ଲା​‌ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲାରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ବର୍ଷା ପାଇଁ ରେଡ୍ ସତର୍କତା ଥିବାରୁ ଉଭୟ ଜିଲ୍ଲାରେ ସ୍କୁଲ ଛୁଟି ସହ କୋରାପୁଟରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ସେହିପରି ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ବର୍ଷା ବେଳେ ଲୋକମାନଙ୍କୁ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।

Exit mobile version