Site icon ଆଜିକାଲି

ମିଆଁମାରରେ ଭୂକମ୍ପ ଅନୁଭୂତ

ନାଏପିଦା : ମିଆଁମାରରେ ଭୂକମ୍ପ ଅନୁଭୂତ ହୋଇଛି । ଭୋର ପ୍ରାୟ ୩ଟା ୪ରେ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୪ ରହିଥିବା ଭୂକମ୍ପ କେନ୍ଦ୍ର ସୂଚନା ଦେଇଛି । ଏହି ଭୂକମ୍ପର କେନ୍ଦ୍ରସ୍ଥଳ ମିଆଁମାରର ବର୍ମା ୧୪୧ କିମି ପଶ୍ଚିମ ଦକ୍ଷିଣ ପଶ୍ଚିମରେ ରହିଛି । ଯାହାର ଗଭୀରତା ୧୦୫ କିଲୋମିଟର ରହିଥିବାବେଳେ ଏହାର ଅକ୍ଷାଂଶ ୨୧.୩୨ ଏବଂ ଦ୍ରାଘିମା ୯୪.୭୩ ରହିଛି । ଏଥିରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ । ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି । ଭୂକମ୍ପକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି ।

Exit mobile version