Site icon ଆଜିକାଲି

ଆଫଗାନିସ୍ତାନରେ ପୁଣି ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୧

ନୂଆଦିଲ୍ଲୀ : ଆଫଗାନିସ୍ତାନରେ ପୁଣି ଭୂମିକମ୍ପ । ଆଜି ସକାଳେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରହିଛି । ଭୂମିକମ୍ପ ଯୋଗୁ ଲୋକମାନେ ଭୟଭୀତ ହୋଇପଡ଼ିଥିଲେ । ସେମାନେ ଘରୁ ବାହାରକୁ ବାହାରି ପଳାଇ ଆସିଥିଲେ । ସେପଟେ ଗତ ଶନିବାର ଦିନ ପଶ୍ଚିମ ଆଫଗାନିସ୍ତାନରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପଜନିତ ମୃତ୍ୟୁସଂଖ୍ୟା ୪ ହଜାର ଟପିଯାଇଛି। ଭୂକମ୍ପରେ ପ୍ରାୟ ୨ ହଜାର ଘର ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି।

Exit mobile version