Site icon ଆଜିକାଲି

ଡିସେମ୍ବର ୧୫ରୁ କୋଣାର୍କରେ ଇକୋ ରିଟ୍ରିଟ୍

ପୁରୀ: କୋଣାର୍କ ମେରାଇନ ଡ୍ରାଇଭ ଠାରେ ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୫ ତାରିଖରୁ ଆରମ୍ଭ ହେବ। ତେବେ ସମସ୍ତ ବିଭାଗ ସେମାନଙ୍କୁ ନ୍ୟସ୍ତ ଦାୟିତ୍ୱକୁ ତ୍ୱରାନ୍ୱିତ କରିବା ସହ ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ପୂର୍ବ ବର୍ଷର ଅଭିଜ୍ଞତା ଓ ଅନୁଭବକୁ ଆଧାର କରି ଚଳିତ ବର୍ଷର ଇକୋ ରିଟ୍ରିଟକୁ ଅଧିକ ଆକର୍ଷଣୀୟ ଓ ମନୋଜ୍ଞ ଭାବେ ଆୟୋଜନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଯେଉଁ ବିଭାଗର ଯାହା ଦାୟିତ୍ୱ ତାହାକୁ ନିଷ୍ଠାପର ଓ ଧାର୍ଯ୍ୟ ସମୟ ପୂର୍ବରୁ ସାରିବାକୁ ସେ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ବିଭାଗ ପ୍ରତ୍ୟେକଙ୍କ ସହ ସମନ୍ବୟ ରଖି କାମ କରି ବାହାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କୁ ସହଯୋଗ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।

Exit mobile version