Site icon ଆଜିକାଲି

କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବଙ୍କ ଠିକଣାରେ ଇଡି ଚଢ଼ାଉ

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଟିମ୍ ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବିଶ୍ୱ କୁମାରଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଚଢ଼ାଉ କରିଛି । ଦିଲ୍ଲୀ ଜଳ ବୋର୍ଡ ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଏହି ଚଢ଼ାଉ ହୋଇଥିବା କୁହାଯାଇଛି । ଦିଲ୍ଲୀ ଜଳ ବୋର୍ଡର ପୂର୍ବତନ ସଦସ୍ୟ ସଲଭ କୁମାର ଓ ଆପ୍ ସାଂସଦ ଏନଡି ଗୁପ୍ତା ଏବଂ ଦଳର ଅନ୍ୟ କିଛି ନେତାଙ୍କ ଘରେ ମଧ୍ୟ ଚଢ଼ାଉ କରିଛି ଇଡି। ଆପ୍ ନେତ୍ରୀ ତଥା ଦିଲ୍ଲୀ ମନ୍ତ୍ରୀ ଅତିଶୀ ଇଡି ସମ୍ପର୍କରେ ଆଜି ଏକ ଖୁଲାସା କରିବେ ବୋଲି ଘୋଷଣା କରିଥିଲେ । ତା ପୂର୍ବରୁ ଇଡି ଏହି ଆକ୍ସନ ନେଇଛି ।

Exit mobile version