Site icon ଆଜିକାଲି

ଇଞ୍ଜିନିୟରିଂ କଲେଜଗୁଡ଼ିକରେ ନାମଲେଖା ଅବଧି ୫ ଦିନ ବୃଦ୍ଧି 

ଭୁବନେଶ୍ୱର : ରାଜ୍ୟର ସରକାରୀ ଓ ଘରୋଇ ଇଂଜିନିୟରିଂ କଲେଜଗୁଡ଼ିକରେ ନାମଲେଖା ଅବଧିକୁ ୫ ଦିନ ବୃଦ୍ଧି କରାଯାଇଛି । ଆଜି ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇଙ୍କ ଅଧ୍ୟକ୍ଷତାରେ ଏ ପ୍ରସଙ୍ଗରେ ଏକ ବୈଠକ ସୋଇଥିଲା । ଜଣାପଡ଼ିଛି ଯେ ବର୍ତ୍ତମାନ ସୁଦ୍ଧା ସରକାରୀ ଓ ବେସରକାରୀ ଇଂଜିନିୟରିଂ କଲେଜଗୁଡ଼ିକରେ ୧୨ ହଜାର ୫୩୬ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି ।

ଗତବର୍ଷ ଅପେକ୍ଷା ଚଳିତ ବର୍ଷ ୪ ହଜାର ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଥିଲେ ମଧ୍ୟ ୬୦.୩୭ ପ୍ରତିଶତ ସିଟ୍ ଖାଲି ରହିଛି । ଏହାକୁ ଦୃଷ୍ଟିରେ ରଖି ଅଧିକ ଛାତ୍ରଛାତ୍ରୀଙ୍କୁ ସୁଯୋଗ ଦେବା ପାଇଁ ନାମଲେଖା ଅବଧିକୁ ୫ ଦିନ ବୃଦ୍ଧି କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ସୂଚନାଯୋଗ୍ୟ, ସରକାରୀ ଇଂଜିନିୟରିଂ କଲେଜଗୁଡିକରେ ୮୦.୮୮ ପ୍ରତିଶତ ସ୍ଥାନ ପୂରଣ ହୋଇ ସାରିଥିବାବେଳେ ଘରୋଇ ଇଂଜିନିୟରିଂ କଲେଜଗୁଡିକରେ ୩୩.୮୭ ପ୍ରତିଶତ ସ୍ଥାନ ପୂରଣ ହୋଇଛି ।

Exit mobile version