Site icon ଆଜିକାଲି

ପୂର୍ବତନ ଆଇଏଫଏସ ଅଫିସର ଅଭୟକାନ୍ତ ପାଠକଙ୍କ ୬୬ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ

ଭୁବନେଶ୍ବର : ପୂର୍ବତନ ଆଇଏଫଏସ ଅଫିସର ଅଭୟକାନ୍ତ ପାଠକଙ୍କ ସମ୍ପତ୍ତି ବାଜ୍ୟାପ୍ତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଅଭୟକାନ୍ତଙ୍କ ୬୬ ଲକ୍ଷ ଟଙ୍କାର ସଂପତ୍ତି ବାଜ୍ୟାପ୍ତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଅଭୟଙ୍କ ବିରୋଧରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ ରହିଛି। ଏହାଛଡା ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶଙ୍କ ବିରୋଧରେ ଚାକିରି ଦେବା ନାଁରେ ଠକେଇ ଅଭିଯୋଗର ମଧ୍ୟ ତଦନ୍ତ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଟାଟା ପାୱାରରେ ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ପାଠକ ବାପା ପୁଅଙ୍କ ବିରୋଧରେ ଏକାଧିକ ମାମଲା ରୁଜୁ ହୋଇଛି। ଜନବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବରଖାସ୍ତ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନିକଟତର ଥିଲେ ପାଠକ ବାପା-ପୁଅ।

FacebookTwitterLinkedinWhatsapp
Exit mobile version