Site icon ଆଜିକାଲି

ପତ୍ନୀ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଦୋଷୀ ସାବ୍ୟସ୍ତ, ୨୭ରେ ହେବ ଦଣ୍ଡାଦେଶ

ଭୁବନେଶ୍ବର- ପତ୍ନୀଙ୍କୁ ହତ୍ୟା କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ।ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ । ଆସନ୍ତା ମଙ୍ଗଳବାର ଏହି ମାମଲାରେ ଦଣ୍ଡ ଘୋଷଣା କରିବେ ।

୧୯୯୫ ମସିହା ଅଗଷ୍ଟ ୨୯ ତାରିଖରେ ରାମମୂର୍ତ୍ତି ଗମାଙ୍ଗଙ୍କ ପତ୍ନୀ ଶଶିରେଖାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା । ଖାରବେଳ ନଗରରସ୍ଥିତ ଏମ୍‌ଏଲଏ କଲୋନିରେ ଥିବା ସରକାରୀ ଘରୁ ଶଶିରେଖାଙ୍କ ପୋଡ଼ା ମୃତଦେହ ଉଦ୍ଧାର କରାଯାଇଥିଲା। ତାଙ୍କ ପତ୍ନୀ ଆତ୍ମହତ୍ୟା କରିଛନ୍ତି ବୋଲି ଘଟଣା ଦିନ ରାମମୂର୍ତ୍ତି ଗମାଙ୍ଗ ପୋଲିସକୁ ଖବର ଦେଇଥିଲେ । ଘଟଣାର ତଦନ୍ତ ବେଳେ ଏହା ଆତ୍ମହତ୍ୟା ନୁହେଁ, ବରଂ ସୁଚିନ୍ତିତ ହତ୍ୟା ବୋଲି ପୋଲିସ ସନ୍ଦେହ କରିବା ପରେ ତଦନ୍ତ ଆଗକୁ ବଢ଼ିଥିଲା। ଏହି ଘଟଣାରେ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୋଲିସ।

୧୯୯୦ରେ ରାମମୂର୍ତ୍ତି ଗମାଙ୍ଗ ତତ୍କାଳୀନ ଜନତା ଦଳ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ସେ ଜନତା ଦଳ ଛାଡ଼ି ୨୦୦୦ ମସିହାରେ ବିଜେପି ଟିକେଟରେ ନିର୍ବାଚନ ଲଢି ଦ୍ୱିତୀୟ ଥର ବିଧାୟକ ହୋଇଥିଲେ।

Exit mobile version