Site icon ଆଜିକାଲି

ଆସନ୍ତାକାଲି ରାଜ୍ୟ ମନ୍ତ୍ରିମଣ୍ଡଳର ସଂପ୍ରସାରଣ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ନିଜ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିବେ । ଅନ୍ତତଃ ତିନି ନୂଆ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇପାରନ୍ତି । ନବକିଶୋର ଦାସଙ୍କ ହତ୍ୟା ଯୋଗୁ ଗୋଟିଏ ମନ୍ତ୍ରୀପଦ ଖାଲି ପଡ଼ିଛି । କିଛି ଦିନ ତଳେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ । ମୋଟ ୩ଟି ମନ୍ତ୍ରୀ ପଦ ଖାଲି ପଡିଛି।

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଆଜି ଭୁବନେଶ୍ୱରରେ ପହଞ୍ଚିବେ । ଆସନ୍ତାକାଲି ସକାଳ ସାଢ଼େ ୯ଟାରୁ ୧୦ ମଧ୍ୟରେ ଲୋକସେବା ଭବନ କନଭେନସନ ସେଣ୍ଟରରେ ନୂଆ ମନ୍ତ୍ରୀମାନଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ପଦ ଓ ଗୋପନୀୟତାର ଶପଥ ପାଠ କରାଇବା ସମ୍ଭାବନା ରହିଛି।

Exit mobile version