ଭଦ୍ରକ : ଆଜି ପବିତ୍ର ମହରମ୍। ଏଥିପାଇଁ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ସଂପୂର୍ଣ୍ଣ ପ୍ରସ୍ତୁତି କରାଯାଇଛି। ଭଦ୍ରକରେ ସମୁଦାୟ ୪୧ଟି କାଫିଲା ବାହାରିବ ଓ ୭ଟି କାଫିଲା ଭଦ୍ରକ କଚେରୀ ବଜାର ଦେଇ ପରିକ୍ରମା କରିବାକୁ ଥିବାବେଳେ ଅନ୍ୟ ୩୫ଟି କାଫିଲା ପୁରୁଣା ବଜାର ଅଞ୍ଚଳ ଦେଇ ପରିକ୍ରମା କରିବା ସହ ମଦିନା ମୈଦାନରେ ପହଞ୍ଚିବ।
ସେହିପରି ଧାମନଗର ବ୍ଲକ ଓ ବାସୁଦେବପୁର ବ୍ଲକରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶୃଙ୍ଖଳିତ ଯାତ୍ରା ପାଇଁ ଜିଲ୍ଲାରେ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ କରାଯାଇଛି । ୨ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପିଙ୍କ ସହ ୧୫ ଜଣ ଇନ୍ସପେକ୍ଟର ୧୧୦ ଜଣ ସବ ଇନ୍ସପେକ୍ଟର ୧୮୦ କନେଷ୍ଟବଳ ସୁରକ୍ଷା ଦାୟିତ୍ୱରେ ରହିବେ । ସହରରେ ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଓ ପୋଲିସ ଭେଇକିଲ ମାର୍ଚ୍ଚ କରାଯାଇଛି । ଡ୍ରୋନ କ୍ୟାମେରା ସହ, ସିସିଟିଭି ଜରିଆରେ ନଜର ରଖିବ ପୋଲିସ୍ । ସାମାଜିକ ଗଣମାଧ୍ୟମରେ କୌଣସି ପ୍ରକାର ଗୁଜବ ସୃଷ୍ଟି ନକରିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ଏସପି ।