Site icon ଆଜିକାଲି

ଜାଲ୍ ସାର୍ଟିଫିକେଟ ମାମଲା: ଚାରି ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ

ବଲାଙ୍ଗୀର : ବହୁଚର୍ଚ୍ଚିତ ବଲାଙ୍ଗୀର ଜାଲ୍ ସାର୍ଟିଫିକେଟ କାରବାର ମାମଲାରେ କ୍ରାଇମବ୍ରାଞ୍ଚର ତନାଘନା ଜାରି ରହିଛି । ଚାରିଜଣ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ I ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ର ଓ ଆଲୋକ ଉଦଗାତାଙ୍କ ସମେତ ଆଉ ୨ ଜଣଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି କ୍ରାଇମବ୍ରାଞ୍ଚ । ଅଭିଯୁକ୍ତ ମନୋଜ ମିଶ୍ର ଓ ଆଲୋକ ଉଦଗାତା ବଲାଙ୍ଗୀର ଏସଡିଜେଏମ୍ କୋର୍ଟରେ ହାଜର ହୋଇଛନ୍ତି ।

ଅଭିଯୁକ୍ତ ମନୋଜ ମିଶ୍ର ଓ ଆଲୋକ ଉଦଗାତାଙ୍କ ଘରେ ତଦନ୍ତକାରୀ ଟିମ୍ ଖାନତଲାସୀ କରିଛି। ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିବା ଜଣାପଡ଼ିଛି। କ୍ରାଇମବ୍ରାଞ୍ଚ ଡିଏସପିଙ୍କ ନେତୃତ୍ବରେ ୫ ଜଣିଆ ଟିମ ତଦନ୍ତ କରିବା ସହ ପରିବାର ଲୋକଙ୍କୁ ପଚରାଉଚରା କରିଛି ।

Exit mobile version