Site icon ଆଜିକାଲି

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଜଣେ ମୃତ, ଜଣେ ଗୁରୁତର

ଚଣ୍ଡିଖୋଲ : ଯାଜପୁର ଜିଲା ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ଚଢେଇଧରା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଭଉଣୀର ମୃତ୍ୟୁ ହୋଇଥିବା ବେଳେ ଭାଇ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଯେ, ଯାଜପୁର ଜିଲା କବାଟବନ୍ଧ ଗାଁର ରମେଶ ମହାପାତ୍ର ଓ ତାଙ୍କ ଭଉଣୀ ସ୍ନେହଲତା ମହାପାତ୍ର ଚଣ୍ଡିଖୋଲରୁ ନିଜ ଗାଁକୁ ଆସୁଥିଲେ । ଏହି ସମୟରେ ଚଢେଇଧରା ଛକ ନିକଟରେ ଏକ ଟ୍ରକ ଆସି ତାଙ୍କ ବାଇକ୍‌କୁ ପଛପଟୁ ଧକ୍କା ଦେଇଥିଲା । ଯାହାଫଳରେ ଭଉଣୀ ସ୍ନେହଲତା ମହାପାତ୍ର ଗାଡିରୁ ଛିଟିକି ପଡିଥିଲେ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ସେପଟେ ଭାଇଙ୍କୁ ଗୁରୁତର ଅବସ୍ଥାରେ ବଡ଼ଚଣା ମେଡିକାଲରେ ଭର୍ତ୍ତି କରାଯାଇଛି । ଜେନାପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକକୁ ଜବତ କରିବା ସହ ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି ।

Exit mobile version