କେନ୍ଦୁଝର, ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେବାକୁଥିବା ୭୭ତମ ଜିଲାସ୍ତରୀୟ ସ୍ୱାଧିନତା ଦିବସ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୧୫ ତାରିଖ ସକାଳ ଘ୯.୧୫ମି ସମୟରେ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ମୁଖ୍ୟଅତିଥି ଜାତୀୟପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ଆନୁଷ୍ଠାନିକ ପରେଡ୍ରେ ଅଭିବାଦନ ଗ୍ରହଣ ସହ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେବେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହେବ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ବ୍ୟକ୍ତିବିଶେଷ ଓ ଅନୁଷ୍ଠାନକୁ ପୁରସ୍କୃତ କରାଯିବ। ଏହି ପରିପ୍ରେକ୍ଷୀରେ ଆସନ୍ତା ୧୧ରୁ ୧୩ ତାରିଖ ୩ଦିନଧରି ସକାଳ ୮ ଘଟିକାରେ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆରେ ପରେଡ୍ ଅଭ୍ୟାସ ଅନୁଷ୍ଠିତ ହେବ। ଆଗାମୀ ୧୫ ତାରିଖ ଅପରାହ୍ନ ୩ ଘଟିକାରେ କେନ୍ଦୁଝର ଅଡିଟୋରିୟମ୍ ଠାରେ ଦେଶାତ୍ମବୋଧକ କବିତା ପାଠୋତ୍ସବ, ଅପରାହ୍ନ ୪ ଘଟିକାରେ ଧରଣୀଧର ସ୍ପୋର୍ଟସ୍ କମ୍ପେ୍ଲକ୍ସ୍ ଶଙ୍କରପୁରଠାରେ ପ୍ରଦର୍ଶନୀ ଫୁଟବଲ ମ୍ୟାଚ୍ ଏବଂ ସନ୍ଧ୍ୟା ୬ ଘଟିକାରେ କେନ୍ଦୁଝର ଅଡିଟୋରିୟମ୍ ଠାରେ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବାକୁ ଜିଲା ପ୍ରଶାସନ ପକ୍ଷରୁ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି। ସୂଚନାଯୋଗ୍ୟ ଯେ, ଅଗଷ୍ଟ ୧୫ ତାରିଖ ପ୍ରତ୍ୟୁଷରେ ସହରରେ ରାମଧୂନ ପ୍ରଚାର, ସକାଳେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଭାତଫେରୀ, ସକାଳ ୭ ଘଟିକାରୁ ଘ ୭.୩୦ ମିନିଟ୍ ମଧ୍ୟରେ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନମାନଙ୍କରେ ଜାତୀୟପତାକା ଉତ୍ତୋଳନ, ସକାଳ ଘ୮.୪୫ମିନିଟରେ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ।
August 10, 2023
0 Comment
533 Views
ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆରେ ହେବ ଜିଲାସ୍ତରୀୟ ସ୍ୱାଧିନତା ଦିବସ
କେନ୍ଦୁଝର, ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେବାକୁଥିବା ୭୭ତମ ଜିଲାସ୍ତରୀୟ ସ୍ୱାଧିନତା ଦିବସ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୧୫ ତାରିଖ ସକାଳ ଘ୯.୧୫ମି ସମୟରେ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ମୁଖ୍ୟଅତିଥି ଜାତୀୟପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ଆନୁଷ୍ଠାନିକ ପରେଡ୍ରେ ଅଭିବାଦନ ଗ୍ରହଣ ସହ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେବେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ... Read More