କେନ୍ଦୁଝର, କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଦାମାହୁଦା ପଞ୍ଚାୟତ କୁମୁଳାବାହାଳୀ ନିକଟରେ ଥିବା ତେଲ ନଦୀ ପୋଲ ଉପରେ ରବିବାର ସକାଳୁ ୫ ଫୁଟ ର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଭୟ କୁମୁଳାବାହାଳୀରୁ ଠାକୁରମୁଣ୍ଡା ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି। ଉପର ମୁଣ୍ଡ ଶିମିଳିପାଳ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ତେଲ ନଦୀଦେଇ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ପୋଲ ଉପରେ ୫ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି । ଫଳରେ କେନ୍ଦୁଝର ଜିଲ୍ଲାର ସାହାରପଡା ବ୍ଲକରୁ ମୟୁରଭଞ୍ଜ ଜିଲ୍ଲାର ଠାକୁରମୁଣ୍ଡାକୁ ଯୋଗାଯୋଗ ବିଛିନ୍ନ ହୋଇଛି। ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଭୟ ପାର୍ଶ୍ୱରେ ଗାଡି ମୋଟର ଅଟକି ରହିଛି। ଯାହା ଫଳରେ ଯାତାୟତରେ ବାଧା ଉପୁଜିଛି। ଲଗାଣ ବର୍ଷା ଯୋଗୁଁ ଦାମହୁଦା ପଞ୍ଚାୟତ ଅଞ୍ଚଳରେ ଅନେକ କଚ୍ଚା ଘର ଭାଙ୍ଗିଥିବା ସୂଚନା ମିଳିଥିବାବେଳେ ଘୋଳକୁଣ୍ଡ ତେଲ ନଦୀର ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ବେଲସରେଇ ଓ ଘୋଳକୁଣ୍ଡ ଗାଁ ବାହ୍ୟ ଜଗତରୁ ବିଛିନ୍ନ ହୋଇଛି।
July 16, 2023
0 Comment
210 Views
ତେଲ ନଦୀରେ ବନ୍ୟାଜଳ ପାଇଁ କୁମୁଳାବାହାଳୀରୁ ଠାକୁରମୁଣ୍ଡା ମଧ୍ୟରେ ଯୋଗାଯୋଗ ବିଛିନ୍ନ
କେନ୍ଦୁଝର, କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଦାମାହୁଦା ପଞ୍ଚାୟତ କୁମୁଳାବାହାଳୀ ନିକଟରେ ଥିବା ତେଲ ନଦୀ ପୋଲ ଉପରେ ରବିବାର ସକାଳୁ ୫ ଫୁଟ ର ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଭୟ କୁମୁଳାବାହାଳୀରୁ ଠାକୁରମୁଣ୍ଡା ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଛି। ଉପର ମୁଣ୍ଡ ଶିମିଳିପାଳ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ତେଲ ନଦୀଦେଇ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ପୋଲ ଉପରେ ୫ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି । ଫଳରେ କେନ୍ଦୁଝର ଜିଲ୍ଲାର ସାହାରପଡା ବ୍ଲକରୁ... Read More