Site icon ଆଜିକାଲି

କଂଗ୍ରେସରେ ମିଶିଲେ ପୂର୍ବତନ ବିଜେପି ମୁଖ୍ୟମନ୍ତ୍ରୀ ଜଗଦିଶ ଶେଟ୍ଟାର

ବେଙ୍ଗାଲୁରୁ : କର୍ଣ୍ଣାଟକରେ ବିଜେପିକୁ ଆଉ ଏକ ଝଟ୍‌କା। ପ୍ରଥମେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇ କଂଗ୍ରେସରେ ମିଶିଥିବା ବେଳେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ମଧ୍ୟ କଂଗ୍ରେସରେ ସାମିଲ ହୋଇଛନ୍ତି। କର୍ଣ୍ଣାଟକ ବରିଷ୍ଠ ବିଜେପି ନେତା ତଥା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦିଶ ସେଟ୍ଟାର ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ଆଗାମୀ ନିର୍ବାଚନ ଲଢ଼ିବାକୁ ଦଳ ତାଙ୍କୁ ଟିକେଟ୍ ନଦେବାରୁ ସେ କଂଗ୍ରେସରେ ଯୋଗ ଦେଇଥିବା ଜଣାପଡ଼ିଛି ।

ସୋମବାର ସକାଳେ ବେଙ୍ଗାଲୁରୁର ଦଳୀୟ ଅଫିସ୍‌ରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, କର୍ଣ୍ଣାଟକ କଂଗ୍ରେସ ଅଧ୍ୟକ୍ଷ ଡିକେ ଶିବକୁମାର ଓ ରାଜ୍ୟ କଂଗ୍ରେସ ପ୍ରଭାରୀ ରଣଦୀପ ସୂର୍ଯେୱାଲା, ସିଦ୍ଧରମେୟାଙ୍କ ଉପସ୍ଥିତିରେ ଶେଟ୍ଟାରେ କଂଗ୍ରେସରେ ଯୋଗ ଦେଇଛନ୍ତି। ଏନେଇ ମଲ୍ଲିକାର୍ଜୁନ ଖଡ଼ଗେ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି।

Exit mobile version