Site icon ଆଜିକାଲି

ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ପୂର୍ବତନ ଉପପ୍ରଧାନମନ୍ତ୍ରୀ ଏବଂ ଭାରତୀୟ ଜନାତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟ ଖରାପ ହେବା ପରେ ତାଙ୍କୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ ବୟସ ସମ୍ବନ୍ଧୀୟ ସମସ୍ୟାରେ ପୀଡିତ ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଲାଲକୃଷ୍ଣ ଆଡଭାନୀଙ୍କୁ ଏମ୍ସର ଜିରିୟାଟ୍ରିକ ଡିପାର୍ଟମେଣ୍ଟରେ ଡାକ୍ତରଙ୍କ ଚିକିତ୍ସାରେ ରଖାଯାଇଛି । ଆଡଭାନୀଙ୍କ ସ୍ୱାସ୍ଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ସତର୍କତାମୂଳକ ପଦକ୍ଷେପ ଭାବରେ ଏମ୍ସରେ ଭର୍ତ୍ତି କରାଯାଇଛି ।

Exit mobile version