Site icon ଆଜିକାଲି

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ

ଭୁବନେଶ୍ୱର : କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ ହୋଇ ଯାଇଛି। ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୁରେନ୍ଦ୍ରନାଥ ନାୟକଙ୍କର ଗତକାଲି ବିଳମ୍ବିତ ରାତିରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ ସୁରେନ୍ଦ୍ରନାଥ ନାୟକ । କାକଟପୁରରୁ ସେ ୭ ଥର ବିଧାୟକ ହୋଇଥିଲେ। ତାଙ୍କ ମୃତ୍ୟୁରେ ସବୁଠି ଶୋକ ପ୍ରକାଶ ପାଇଛି ।

Exit mobile version