Site icon ଆଜିକାଲି

ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ସାଂସଦ ତଥା ରାଜ୍ୟ ଅର୍ଥ କମିଶନର ପୂର୍ବତନ ଅଧ୍ୟକ୍ଷ ତ୍ରିଲୋଚନ କାନୁନଗୋଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି । ତ୍ରିଲୋଚନ କାନୁନଗୋ ୧୯୭୧, ୧୯୭୪ ଓ ୧୯୮୫ ମସିହାରେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୯ରେ ସେ ବିଜେଡି ଟିକେଟରେ ଜଗତସିଂହପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ।

Exit mobile version