Site icon ଆଜିକାଲି

ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ପୁଣେ: ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ ଅସୁସ୍ଥ । ଫୁସଫୁସ୍ ସଂକ୍ରମଣ ଯୋଗୁଁ ପାଟିଲ (୮୯)ଙ୍କୁ ବୁଧବାର ରାତିରେ ପୁଣେର ଭାରତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କ ଅବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି।

ହସ୍ପିଟାଲର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, “ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ଗତକାଲି ରାତିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଜ୍ୱର ସହ ତାଙ୍କର ଫୁସଫୁସ ସଂକ୍ରମଣ ସମସ୍ୟା ରହିଛି । ତାଙ୍କ ଅବସ୍ଥା ସ୍ଥିର ରହିଛି। ସେ ଚିକିତ୍ସିତ ହେଉଛନ୍ତି ଏବଂ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି । ପ୍ରତିଭା ପାଟିଲ ହେଉଛନ୍ତି ଭାରତର ପ୍ରଥମ ମହିଳା ରାଷ୍ଟ୍ରପତି । ସେ ୨୦୦୭ ରୁ ୨୦୧୨ ପର୍ଯ୍ୟନ୍ତ ଏହି ସର୍ବୋଚ୍ଚ ସାମ୍ବିଧାନିକ ପଦରେ ରହିଥିଲେ।

Exit mobile version