Site icon ଆଜିକାଲି

୫ ଅପ୍ରେଲ ଶୁକ୍ରବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ

ବୃଷ- କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ ।

ମିଥୁନ- ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ । ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ । ସକରାତ୍ମକ ଫଳାଫଳ ଅନୁଭବ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ । ଯାନବାହନ ଓ ଗୃହଭୂମି ଲାଭ ହୋଇପାରେ । କର୍ମ କରିବା ଶୈଳିରେ ପରିବର୍ତନ ଆଣିବେ ।

କର୍କଟ- ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଦିଗ ପ୍ରତି ଗତି କରି ପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ସିଂହ- ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର‌୍ୟ୍ୟ କରିବା ଉଚିତ । ଆପଣ ନିଜ ପାଇଁ କୌଣସି ସମ୍ପତ୍ତି ବିନିଯୋଗ କିମ୍ବା କ୍ରୟ କରିବେ । ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ ।

କନ୍ୟା- ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ । ଦ୍‌ୂର ଜାଗାକୁ ଭ୍ରମଣ ପାଇଁ ଯାଇ ପାରନ୍ତି ।

ତୁଳା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ । ଶାରୀରିକ ସୁସ୍ଥତା ଫେରି ପାଇବେ । ବ୍ୟବସାୟ ଅତି ଦ୍ରୁତ ଗତିରେ ବୃଦ୍ଧି ପାଇବ । ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।

ବିଛା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ଧନୁ- ବ୍ୟବସାୟ ସହିତ ଜଡ଼ିତ ଲୋକଙ୍କ ପାଇଁ ଭଲ ପରିସ୍ଥିତି ସୃଷ୍ଟି ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ ।

ମକର- କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ସାମାଜିକ ଜୀବନ ଉନ୍ନତତର ରହିବ । ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ।

କୁମ୍ଭ- ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ । ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ । ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ ।

ମୀନ- ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।

Exit mobile version