Site icon ଆଜିକାଲି

୧୫ ମାର୍ଚ୍ଚ ଶୁକ୍ରବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ନୂଆ ବ୍ୟବସାୟ ନିର୍ମାଣରେ ଅଗ୍ରଗତି କରିବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଛାତ୍ରଛାତ୍ରୀ ମାନେ ପଢାରେ ପ୍ରଂଶସିତ ହେବେ ।

ବୃଷ- ଶରୀରରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ବ୍ୟବସାୟରେ ଚୁକ୍ତି କରିବାକୁ ଯାଉଥିଲେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା ରହିଛି । ଧାତୁ ଅଳଙ୍କାର କ୍ରୟ କରି ସାମାନ୍ୟ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।

ମିଥୁନ-ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ବହୁ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ । ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ । ବନ୍ଧୁଙ୍କ ସାହାଯ୍ୟରେ କାମ ହାସଲ କରିବେ । ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ସୁବିଧାରେ ପାଇଯିବେ।

କର୍କଟ- ରପ୍ତାନି କାରବାର ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ।

ସିଂହ- ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତି ସମସ୍ୟା ବଢ଼ାଇ ଦେଇପାରନ୍ତି । ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, କ୍ଷେତ୍ରରୁ ଶୁଭଫଳ ପାଇବେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ।

କନ୍ୟା- ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ବିଦେଶରେ କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର‌୍ୟ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି ।

ତୁଳା- କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ । ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ସୂଚନା ରହିଛି । ଏକ ନୂତନ ଘର କିମ୍ବା ଜମି ପ୍ଲଟ୍ କ୍ରୟ କରିପାରିବେ।

ବିଛା- ମୂତ୍ରାଶୟ ସଂକ୍ରମଣ ସମ୍ବନ୍ଧୀୟ ସମସ୍ୟା ଆପଣଙ୍କୁ ହଇରାଣ କରିପାରେ । ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ସୃଜନଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ଓକିଲଙ୍କ ପାଇଁ ଦିନଟି ଭଲ।

ଧନୁ- ଯେକୌଣସି ପେଟ ସମସ୍ୟା ଅନୁଭବ କରିପାରନ୍ତି । କାର‌୍ୟ୍ୟ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ପାଇଁ ପାରନ୍ତି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନୀତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ ।

ମକର- ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ରାଜନୀତି, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଶାସନିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି

କୁମ୍ଭ- ଆପଣଙ୍କ ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ଯେକୌଣସି ଘରର ମରାମତି କିମ୍ବା ସାଜସଜା କାର୍ଯ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି । ଉଚ୍ଚଶିକ୍ଷା କରିବାକୁ ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ

ମୀନ- ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ସମ୍ପର୍କୀୟଙ୍କ ଅନୁକମ୍ପା ଲାଭକରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି । ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ ପ୍ରଦର୍ଶନକରି ପ୍ରଶଂସିତ ହେବେ ।

Exit mobile version