Site icon ଆଜିକାଲି

୨୨ ମାର୍ଚ୍ଚ ଶୁକ୍ରବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ନିଜ କାର୍ଯ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ।

ବୃଷ-ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ମିଥୁନ- ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।

କର୍କଟ- ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ । ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ସିଂହ- ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମସପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ ।

କନ୍ୟା- ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ମିଳିବ । ମନକୁ ଆଘାତ ଲାଗିଲା ପାରି କଥା ଶୁଣିବାକୁ ପାଇ ପାରନ୍ତି ।

ତୁଳା- ସରକାରଙ୍କ ତାରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ । ବିନିଯୋଗ କରିବାର ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ ।

ବିଛା- ବିବାହିତ ଜୀବନରେ ମଧୁରତା ଦେଖାଦେବ । ସରକାରୀ କ୍ଷେତ୍ରରୁ ଲାଭ ପାଇ ପାରିବେ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ ।

ଧନୁ- ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । କର୍ମ କ୍ଷେତ୍ରରେ ସହକର୍ମୀ ମାନେ କୌଶଳ କରି ଆପଣଙ୍କ ଠାରୁ କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ ।

ମକର- ନିଜର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ ।

କୁମ୍ଭ- ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ମୀନ- କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

Exit mobile version