Site icon ଆଜିକାଲି

୨୯ ମାର୍ଚ୍ଚ ଶୁକ୍ରବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ବୃଷ- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ

ମିଥୁନ- ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ନିଜର ଚତୁରତା ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରୀଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତରେ ଉତ୍ସାହିତ ହେବେ ।

କର୍କଟ- ଆଜି ସାଙ୍ଗମାନେ ବହୁତ ସହଯୋଗ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ ପୂର୍ଣ୍ଣଫଳ ପାଇବେ । ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

ସିଂହ- ଭାଇ ଭଉଣୀ ପାଇଁ ପାରିବାରିକ ଶାନ୍ତି କେତେକାଂଶରେ ଦେଖାଦେବ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ । ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।

କନ୍ୟା- ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି । ପୁତ୍ରକନ୍ୟାଙ୍କ ହେତୁ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ ।

ତୁଳା-କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ, ଯାହାକି ସ୍ୱାସ୍ଥ୍ୟ ହାନିର କାରଣ ହୋଇପାରେ । ପରିବାରରେ ସମସ୍ୟା ସମାଧାନ କରିବାରେ ସଫଳତା ହାସଲ କରିବେ । ଜମିଜମା କାରବାର, ନିର୍ମାଣ, ପରିବହନରୁ ଲାଭ ପାଇବେ । ମନରେ ଦୁଃଖ ଭରି ରହିଥିଲେ ମଧ୍ୟ ଦାୟିତ୍ୱ ନେଇଥିବା କାମରେ ହେଳା କରିବେ ନାହିଁ ।

ବିଛା- ଆଲୋଚନା କ୍ଷେତ୍ରରେ କଡା ଭାଷାର ପରିଣାମ ଭୋଗିବାକୁ ପଡିପାରେ । ଶତ୍ରୁତା କରୁଥିବା ଲୋକେ ମଧ୍ୟ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ରାଜନୀତି, ସଙ୍ଗଠନ, ଆଇନ,ପ୍ରକାଶନ କ୍ଷେତ୍ରରେ ଯେମିତି ଇଚ୍ଛା କରୁଛନ୍ତି ତାହା ପାଇବେ । ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣମାନେ ଖୁସି ଅନୁଭବ କରିବେ ।

ଧନୁ- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇପାରେ । ଶାରୀରିକ ଚିନ୍ତା ଦୂର ହେବ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।

ମକର- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ ।

କୁମ୍ଭ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । କିଛି ନୂଆ କାମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଂଶସିତ ହେବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ମୀନ- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧ ସୁଯୋଗ ପାଇବେ । ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।

Exit mobile version