Site icon ଆଜିକାଲି

୧୧ ନଭେମ୍ବର ଶୁକ୍ରବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ: ମାନସିକ ଅବସାଦ ଦେଖାଦେବ । କର୍ମ କ୍ଷେତ୍ରରେ କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ପାରିବାରିକ ଜୀବନରେ ବୁଝାମଣାର ଅଭାବ ପରିଲକ୍ଷିତ ହେବ । ଶାରୀରିକ କ୍ଲେଶ ଦେଖାଦେବ । ଦୁର୍ଘଟଣାର ଶିକାର ହେବେ । ପଡୋଶୀଙ୍କ ସହ ମତଭେଦ ଦେଖାଦେବ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।

ବୃଷ: ଆରୋଗ୍ୟ ରହିବେ । ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟୀମାନେ ଭଲ ଲାଭ କରିବେ ।

ମିଥୁନ: କର୍ତ୍ତବ୍ୟ ନିଷ୍ଠ ହେବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ଦୂରଯାତ୍ରା ସଫଳ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷ ସଭାସମିତିରେ ଜନତାଙ୍କ ଆଦର ପାଇବେ ।

କର୍କଟ: ଆଜି ଦିନଟିରେ ଆପଣଙ୍କୁ ଖୁବ ସତର୍କତାର ସହ ଜୀବନଯାପନ କରିବାକୁ ପଡିବ । ଶରୀରପୀଡା, ମାନସିକ ଅଶାନ୍ତି ଦେଖାଦେବ । ଖର୍ଚ୍ଚାନ୍ତ ହେବେ । ଘାତ ଚନ୍ଦ୍ର ଭୋଗ ହେତୁ ଗାଡି ମଟର ଚାଳନା ଓ ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ନିଆଁ, ପାଣି, ତଥା ଉଚ୍ଚ ସ୍ଥାନ ପ୍ରତି ମଧ୍ୟ ସତର୍କତା ।

ସିଂହ: ସମାନୁବର୍ତ୍ତୀ ହୋଇ ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ତୁଲାଇବେ । ସେବା ପୂଜାରେ ମନ ନିବେଶ କରିବେ । ଶରୀର ଓ ମନ ସୁସ୍ଥ ରହିବ । କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ବ୍ୟବସାୟ ଲାଭ ଯୁକ୍ତ ହେବ ।

କନ୍ୟା: ଆପଣଙ୍କ ପାଇଁ ଦିନଟି ସୁଖ ସ୍ୱାଚ୍ଛନ୍ଧ ଭରା ରହିବ । ଦେହ ଓ ମନ ଭଲ ରହିବ । ସେବା ଧର୍ମ ପ୍ରତି ମନ ବଳିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ଛାତ୍ରଛାତ୍ରୀମାନେ ପଢାପଢିରେ ଭଲ ପ୍ରଦର୍ଶନ କରିବେ । ବ୍ୟବସାୟ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ ।

ତୁଳା: କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ସୁସମ୍ବାଦ ପ୍ରାପ୍ତ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପରିବାରରେ ହସ ଖୁସିର ଲହରି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ବିଛା: ଶରୀର ଆରୋଗ୍ୟ ରହିବ । କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନ କାଟିବେ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ଭାଜନ ହେବେ । ଆୟ ଆଶାନୁରୂପକ ହେବ । ଗୃହକୁ ବିବାହ ପ୍ରସ୍ତାବ ଆଦି ଆସିପାରେ । ଆଇନ୍ ଅଦାଲତର କାର୍ଯ୍ୟ ଆପଣଙ୍କ ସପକ୍ଷରେ ଯିବ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟ ଭଲ ହେବ ।

ଧନୁ: ଈଶ୍ୱର ବିଶ୍ୱାସୀ ହେବେ । ଦାନ ଧର୍ମ ପ୍ରତି ମନ ବଳିବ । ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ କାର୍ଯ୍ୟଭରା ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନନିବେଶ କରିବେ । ବ୍ୟାଙ୍କ ଓ ବୀମା କର୍ମଚାରୀଙ୍କ ପାଇଁ ଦିନଟି ଶୁଭ ଅଟେ ।

ମକର: ଦିନଟିରେ ଆପଣ କର୍ମ ତତ୍ପର ହେବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । କର୍ମ କ୍ଷେତ୍ର ଉତ୍ସାହ ପୂର୍ଣ୍ଣ ରହିବ । ପଡୋଶୀଙ୍କ ସହ ସୁସମ୍ପର୍କ ବଜାୟ ରହିବ । ପାରିବାରିକ ହସଖୁସି ଲାଗି ରହିବ । ଦୂରଯାତ୍ରା ସଫଳ ହେବ ।

କୁମ୍ଭ: କର୍ତ୍ତବ୍ୟ ପରାୟଣ ହେବେ । ଉଚ୍ଚ ଆଶା ଫଳବତୀ ହେବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।

ମୀନ: କର୍ମ ଚଞ୍ଚଳ ରହିବେ । ବନ୍ଧୁବାନ୍ଧବ ତଥା ପଡୋଶୀଙ୍କ ମେଳରେ ମଉଜ୍ ମଜ୍‌ଲିସରେ ଦିନ କାଟିବେ । ଖର୍ଚ୍ଚ ବୃଦ୍ଧି ପାଇବ । ନୂତନ ଦ୍ରବ୍ୟ କିମ୍ବା ବସ୍ତ୍ର କ୍ରୟ କରିବେ । ପାରିବାରିକ ସୁଖଶାନ୍ତି ଉପଲବ୍ଧ ହେବ । ବ୍ୟବସାୟରେ କାରବାର ବୃଦ୍ଧି ପାଇବ ।

Exit mobile version