Site icon ଆଜିକାଲି

୨୭ ସେପ୍ଟେମ୍ବର ଶୁକ୍ରବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।

ବୃଷ : ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।

ମିଥୁନ : ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।

କର୍କଟ : ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।

ସି˚ହ : ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।

କନ୍ୟା : ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।

ତୁଳା : ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।

ବିଛା: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।

ଧନୁ : ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।

ମକର : ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।

କୁମ୍ଭ : ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

ମୀନ : ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।

Exit mobile version