ଭୁବନେଶ୍ବର : ରାଜ୍ୟରେ ମୁଖ୍ୟତଃ ପାଗ ଶୁଖିଲା ରହିଥିବାବେଳେ ଖରାର ପ୍ରକୋପ ବଢ଼ିବାରେ ଲାଗିଛି। ଆସନ୍ତା ତିନି ଦିନରେ ସର୍ବୋଚ୍ଚ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିପରି ରାତି ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ। ଏହାସହିତ ଚଳିତ ମାସ ୩୦ରୁ ଏପ୍ରିଲ ପହିଲା ଯାଏଁ କାଳବୈଶାଖୀ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ଓ ବର୍ଷା ସହିତ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ବୁଧବାର ବୌଦ୍ଧରେ ସର୍ବାଧିକ ଦିନ ତାପମାତ୍ରା ୩୮.୫ ଡିଗ୍ରୀ ରେକର୍ଡ଼ ହୋଇଥିବାବେଳେ ନୟାଗଡ଼ରେ ୩୮.୨ ଡିଗ୍ରୀ, ମାଲକାନଗିରି, ଭବାନୀପାଟଣା ଓ ବଲାଙ୍ଗୀରରେ ୩୮ ଡିଗ୍ରୀ ଲେଖାଏଁ ତାପମାତ୍ରା ରେକର୍ଡ଼ ହୋଇଥିଲା। ଭୁବନେଶ୍ବରରେ ୩୬.୧ ଡିଗ୍ରୀ ଏବଂ କଟକରେ ୩୬.୫ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଥିଲା। ସେହିପରି ବୁଧବାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ୨୮ ରୁ ୨୯ ତାରିଖ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
March 28, 2024
0 Comment
303 Views
ରାଜ୍ୟରେ ୩୦ରୁ ପୁଣି କାଳବୈଶାଖୀ
by Editor
ଭୁବନେଶ୍ବର : ରାଜ୍ୟରେ ମୁଖ୍ୟତଃ ପାଗ ଶୁଖିଲା ରହିଥିବାବେଳେ ଖରାର ପ୍ରକୋପ ବଢ଼ିବାରେ ଲାଗିଛି। ଆସନ୍ତା ତିନି ଦିନରେ ସର୍ବୋଚ୍ଚ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିପରି ରାତି ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ। ଏହାସହିତ ଚଳିତ ମାସ ୩୦ରୁ ଏପ୍ରିଲ ପହିଲା ଯାଏଁ କାଳବୈଶାଖୀ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି... Read More