Site icon ଆଜିକାଲି

ଆସନ୍ତା ଶିକ୍ଷାବର୍ଷରୁ ଆଉ ୪୦ ହାଇସ୍କୁଲରେ ଖୋଲିବ ଯୁକ୍ତ ଦୁଇ ଶ୍ରେଣୀ


ଭୁବନେଶ୍ୱର : ୨୦୨୩-୨୪ ଶିକ୍ଷାବର୍ଷରୁ ରାଜ୍ୟର ଆଉ ୪୦ଟି ହାଇସ୍କୁଲରେ ଖୋଲିବ ଯୁକ୍ତ ଦୁଇ ଶ୍ରେଣୀ । ଏକାଦଶ ଶ୍ରେଣୀରୁ ପାଠପଢ଼ା ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏ‌ହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଚାଲିଛି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏକାଦଶ ଶ୍ରେଣୀ ପାଇଁ ସ୍ୱତନ୍ତ୍ର ଶିକ୍ଷକ ନିଯୁକ୍ତ ହେବେ । ଯେଉଁମାନେ ସେକେଣ୍ଡାରୀରେ ପହଞ୍ଚି ପାରୁନାହାନ୍ତି ସେମାନଙ୍କ ପାଇଁ ଏହା ସହାୟକ ହେବ । ଅନେକ ପିଲା କଲେଜ ସୁବିଧା ନଥିବାରୁ ସେକେଣ୍ଡାରୀ ପାଠ ପଢାରୁ ବଞ୍ଚିତ ହେଉଥିବା ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ହେଉଛି କୌଣସି ବି ପିଲା ଅଶିକ୍ଷିତ ନରୁହନ୍ତୁ । ଯେଉଁ ସ୍ଥାନରେ କଲେଜ ସୁବିଧା ନାହିଁ, ପିଲାମାନଙ୍କୁ ଯିବା ପାଇଁ ବାଟ ଦୂର ପଡୁଛି ସେହିଭଳି ଅଞ୍ଚଳରେ ଯୁକ୍ତ ଦୁଇ ଶ୍ରେଣୀ ଖୋଲିବ । ଏଥିପାଇଁ ଅତିରିକ୍ତ ଶିକ୍ଷକଙ୍କୁ ନିଯୁକ୍ତ କରାଯାଉଛି । ପ୍ରଥମେ ୪୦ ଟି ସ୍କୁଲରେ ଯୁକ୍ତ ଦୁଇ ଖୋଲିବ ଏବଂ ପର୍ଯ୍ୟାୟକ୍ରମେ ୧୦୦ଟି ସ୍କୁଲରେ ଖୋଲିବା ପାଇଁ ବ୍ୟବସ୍ଥା ହେବ ବୋଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି।

Exit mobile version