ନୂଆଦିଲ୍ଲୀ : ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଅକ୍ଟୋବର ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ। ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି। ପୂର୍ବରୁ ବିଧାନସଭାରେ ଗହମ ମିଳିବା ନେଇ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଥିଲେ। ହିତାଧିକାରୀଙ୍କୁ ମଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିଲା।