Site icon ଆଜିକାଲି

ଦିବଂଗତ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଶେଷ ଦର୍ଶନ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦିବଂଗତ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ବାସଭବନରେ ଶେଷ ଦର୍ଶନ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ପହଞ୍ଚି ନବ ଦାସଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଶେଷ ଦର୍ଶନ କରି ଭାବବିହ୍ୱଳ ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାବ୍ୟତୀତ ମନ୍ତ୍ରୀ, ବହୁ ରାଜନେତା ଓ ବିଧାୟକମାନେ ଶେଷ ଦର୍ଶନ କରିଛନ୍ତି । ସେହିପରି ଭୁବନେଶ୍ୱର ସ୍ଥିତ ବାସଭବନରେ ନବ ଦାସଙ୍କୁ ଓଡିଶା ପୋଲିସ ପକ୍ଷରୁ ଗାର୍ଡ ଅଫ୍‌ ଅନର ଦିଆଯାଇଛି ।

Exit mobile version