Site icon ଆଜିକାଲି

ରାଜ୍ୟର ସରକାରୀ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ୨୦ଲକ୍ଷ ଟଙ୍କାକୁ ବୃଦ୍ଧି, ପିଛିଲା ଭାବେ ୨୦୨୪ ଜାନୁୟାରୀ ୧ରୁ ହେବ ଲାଗୁ

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀମାନଙ୍କୁ ଦଶହରା ପୂଜା ଭେଟି । ସରକାରୀ କର୍ମଚାରୀମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟି (ଡିସିଆରଜି)କୁ ୧୫ ଲକ୍ଷ ରୁ 20 ଲକ୍ଷ ଟଙ୍କାକୁ ୦୧.୦୧.୨୦୨୪ରୁ ପିଛିଲା ଭାବରେ ଲାଗୁ କରାଗଲା । ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।

ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାର ୦୧.୦୧.୨୦୨୪ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍ (ପେନ୍ସନ୍) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟିକୁ ବୃଦ୍ଧି କରିଛନ୍ତି।

Exit mobile version