Site icon ଆଜିକାଲି

ମାଣ୍ଡିଆ ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର : ଆଜି ମାର୍ଗଶିର ମାସ ପ୍ରଥମ ଗୁରୁବାର । ମାର୍ଗଶୀର ମାସ ପ୍ରଥମ ଗୁରୁବାରକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯିବ । ଏହାଦ୍ବାରା ମାଣ୍ଡିଆ ଲୋକଙ୍କ ପାଖରେ ଅଧିକ ଆଦୃତ ହୋଇପାରିବ । ୨୦୧୭-୧୮ଆର୍ଥିକ ବର୍ଷରେ ରାଜ୍ୟ ସରକାର ମିଲେଟ୍ ମିଶନ ଆରମ୍ଭ କରିଥିଲେ । ପ୍ରଥମେ ୭ଟି ଜିଲ୍ଲାର ୩୦ ବ୍ଲକରେ ମିଲେଟ୍ ମିଶନ କାର୍ଯ୍ୟକାରୀ ହୋଇଥିଲା । ଏବେ ରାଜ୍ୟର ୧୯ଟି ଜିଲ୍ଲାର ୧୪୨ ବ୍ଲକରେ ଏହା କାର୍ଯ୍ୟକାରୀ ହେଉଛି ।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଆସନ୍ତୁ ସମସ୍ତେ ସଂକଳ୍ପ ନେବା, ଆମ ଖାଦ୍ୟରେ ପୁଷ୍ଟିକର ଓ ଜଳବାୟୁ ଉପଯୋଗୀ ମିଲେଟକୁ ସାମିଲ କରିବା ଏବଂ ଖାଦ୍ୟ ବ୍ୟବସ୍ଥାରେ ସ୍ୱତନ୍ତ୍ର ସ୍ଥାନ ଦେଇ ଏକ ସୁସ୍ଥ ସମାଜ ସହ ଚାଷୀଙ୍କ କଲ୍ୟାଣ ଓ ଚିରସ୍ଥାୟୀ ପୃଥିବୀ ଗଠନ ଦିଗରେ ଆଗକୁ ବଢ଼ିବା।

Exit mobile version