Site icon ଆଜିକାଲି

ଆଜି ବି ଅସହ୍ୟ ହେବ ତାତି, ୬ ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି

heatwave.

ଭୁବନେଶ୍ୱର: ଆଜି ମଧ୍ୟ ଅସହ୍ୟ ହେବ ତାତି । ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଦୁଇରୁ ତିନି ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ତାପମାତ୍ରା ୪୩ ଡିଗ୍ରୀ ଛୁଇଁ ପାରେ ବୋଲି ଅନୁମାନ କରାଯାଇଛି। ଏହାସହ ରାଜ୍ୟରେ ଜାରି ରହିବ ଉଷ୍ମ ରାତିର ସ୍ଥିତି। ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆଦ୍ରତା ରହୁଛି। ଏନେଇ ଉଷ୍ମ ଓ ଆଦ୍ର ସ୍ଥିତି ୩ରୁ ୪ ଦିନ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ନୟାଗଡ, ବୌଦ୍ଧ, କନ୍ଧମାଳ, କଟକ, ଯାଜପୁର ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଉଷ୍ମ ରାତିର ସ୍ଥିତିକୁ ନେଇ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ମାଲକାନଗିରି, କେନ୍ଦୁଝର, କଳାହାଣ୍ଡି ଓ ନୟାଗଡରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଛୋଟପିଲା, ବୟସ୍କ, ରୋଗାକ୍ରାନ୍ତ ଓ ଗର୍ଭବତୀ ମହିଳାଙ୍କୁ ଖରାକୁ ବାରଣ କରାଯାଇଛି।

Exit mobile version