Site icon ଆଜିକାଲି

ରାଜ୍ୟରେ ୨୨ ଯାଏଁ ରହିବ ପ୍ରବଳ ତାତି

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ଅସହ୍ୟ ତାତି, ଉପକୂଳରେ କାଳବୈଶାଖୀ । ଏମିତି ହିଁ ପାଗ ଗତ କିଛି ଦିନ ହେବ ଦେଖିବାକୁ ମିଳୁଛି । ରାଜ୍ୟରେ ଦିନରେ ତାପମାତ୍ରା ବୃଦ୍ଧି ସହିତ ଅପରାହ୍ନରେ କାଳବୈଶାଖୀ ବର୍ଷା ହେଉଛି । ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଖରା ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଅଧିକ ରହିବ । କେତେକ ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ । ଏବେ କେତେକ ସହରର ତାପମାତ୍ରା ୪୪ ଡିଗ୍ରୀରୁ ଅଧିକ ରହୁଛି । ଖରା ସମୟରେ ଜରୁରୀ କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସକ୍ରିୟ ରହିଥିବାରୁ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେଉଛି । ଏହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହୁଛି ।

Exit mobile version