Site icon ଆଜିକାଲି

ରାଜ୍ୟରେ ଆଜିଠୁ ୮ ତାରିଖ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର : କିଛି ଦିନର ବିରତି ପରେ ପୁଣି ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ଆଜିଠୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ କିଛି ଜିଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୮ ତାରିଖ ଯାଏ ରାଜ୍ୟରେ ବର୍ଷା ହୋଇପାରେ ବୋଲି କହିଛି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ହାଲୁକା ତ’ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ କିଛି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲାରେ ହାଲୁକା ବର୍ଷିପାରେ । ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସେହିପରି ୬ ତାରିଖ ମଙ୍ଗଳବାର କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ୭ ତାରିଖ ବୁଧବାରରେ ମଧ୍ୟ ଦକ୍ଷିଣ ଓଡିଶାର ଠାଏ ଠାଏ ସ୍ଥାନରେ ପ୍ରବଳ ବର୍ଷା ହେବ । ଗଜପତି, ଗଞ୍ଜାମ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲାର କିଛି ସ୍ଥାନରେ ଅଧିକ ବର୍ଷିବ । ୮ ତାରିଖ ଗୁରୁବାର ଦକ୍ଷିଣ ଓଡ଼ିଶା ସମେତ ଉପକୂଳର କିଛି ସ୍ଥାନରେ ଅଧିକ ବର୍ଷିପାରେ ବୋଲି ପାଣିପାଗ ଆକଳନ କରିଛି ।

Exit mobile version