Site icon ଆଜିକାଲି

ଆଜି ଠାରୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ବର : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ଆଜି ତାହା ଲଘୁଚାପ କ୍ଷେତ୍ର ରୂପ ନେବ । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ଦୁଇ ଦିନ ଧରି ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଓ ୧୦ ତାରିଖ ମଧ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Exit mobile version