Site icon ଆଜିକାଲି

ଆଜି ଅବପାତ ରୂପ ନେବ ଲଘୁଚାପ : ୧୧ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଥିବାବେଳେ ରବିବାର ଏହା ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ୧୧ ତାରିଖ ଯାଏ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । 

ଆସନ୍ତା ୮ରୁ ୯ ତାରିଖ ଯାଏଁ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବ। ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ୯ରୁ ୧୦ ତାରିଖ କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ବୌଦ୍ଧ ଓ କନ୍ଧମାଳ ଜିଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ରହିଛି। ୧୦ରୁ ୧୧ ତାରିଖ ଯାଏଁ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୁବର୍ଣ୍ଣପୁର, ଢେଙ୍କାନାଳ, ବଲାଙ୍ଗୀର, ଅନୁଗୋଳ, ସମ୍ବଲପୁର ଓ ବରଗଡ଼ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି। ପ୍ରବଳ ବର୍ଷା ହେଲେ ହଠାତ୍ ବନ୍ୟା, ଜଳବନ୍ଦୀ, ମାଟି ଧସିବା, ଭୂସ୍ଖଳନ ସହିତ ଚାଷ ଜମିରେ ପାଣି ଜମିବା ସମ୍ଭାବନା ରହିଛି। ଏନେଇ ଜିଲା ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି। ଲଘୁଚାପ ଓ ଅବପାତ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୮ରୁ ୧୧ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ବାରଣ କରାଯାଇଛି।

Exit mobile version