Site icon ଆଜିକାଲି

ରାଜ୍ୟରେ ୧୦ ଯାଏ ପ୍ରବଳ ବର୍ଷା, ଆଜି କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ପାଇଁ ରେଡ୍ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି ୨ଟି ଜିଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ଟି ଜିଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଓ ୧୦ଟି ଜିଲା ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, କଳାହାଣ୍ଡି ଓ ରାୟଗଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲାକୁ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଳଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଜପତି ଓ ଗଞ୍ଜାମ। ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର। ସୂଚନା ଯେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Exit mobile version