Site icon ଆଜିକାଲି

ମଙ୍ଗଳବାର ସ୍ଥଳଭାଗ ଛୁଇଁବ ବାତ୍ୟା ‘ମିଗଜାଉଁ’ : ଓଡ଼ିଶାରେ ହେବ ଭୀଷଣ ବର୍ଷା, ଆଜି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ବାତ୍ୟା ପ୍ରଭାବରେ ଓଡ଼ିଶାରେ ଭୀଷଣ ବର୍ଷା ହେବ । ଆଜିଠାରୁ କିଛି ସ୍ଥାନର ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲି ବର୍ଷା ପ୍ରଭାବ ଅଧିକ ରହିବ।

କାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୧୫ରୁ ୨୦୪ ମିଲିମିଟର ଯାଏ ବର୍ଷା ହୋଇପାରେ ।
ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୬ ତାରିଖରେ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା । ଓଡ଼ିଶା ଉପକୂଳ ସମୁଦ୍ର ଆଜିଠାରୁ ଅଶାନ୍ତ ରହିବ । ଏଥିପାଇଁ ୬ ତାରିଖ ଯାଏ ଓଡ଼ିଶା ଉପକୂଳ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

Exit mobile version