Site icon ଆଜିକାଲି

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା, ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସୁଛି ବଡ଼ ବର୍ଷା । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ । ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନା ଅନୁଯାୟୀ, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ଅର୍ଥାତ ୧୫ ତାରିଖ ଯାଏଁ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ତେବେ ଆଜି ଅର୍ଥାତ୍ ମଙ୍ଗଳବାର ଦିନ ଗଞ୍ଜାମ, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ,କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲାର ‌ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି। ଏନେଇ ବିଭାଗ ପକ୍ଷରୁ ଏହି ୭ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ସୋନପୁର, ବଲାଙ୍ଗୀର, ଖୋର୍ଦ୍ଧା, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୨୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୧୩ ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ତେବେ ୧୫ ତାରିଖ ଯାଏଁ ସାରା ରାଜ୍ୟରା ବର୍ଷା ଜାରି ରହିବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଅନ୍ୟପଟେ ପାଣିପାଗ ବିଜ୍ଞାନୀ ଆକଳନ କରୁଛନ୍ତି, ଉତ୍ତର ବଙ୍ଗୋପସାଗରରେ ୧୯ ତାରିଖରେ ଆଉ ଗୋଟିଏ ଲଘୁଚାପ ଦାନା ବାନ୍ଧିପାରେ ।

Exit mobile version