ଭୁବନେଶ୍ୱର : ରାଜ୍ୟରେ ମଙ୍ଗଳବାର ଓ ବୁଧବାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡ଼ିଘଡ଼ି ମଧ୍ୟ ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ସୋମବାର ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ୱଲପୁର ଓ ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଝାରସୁଗୁଡ଼ା ଜିଲ୍ଲାରେ ବଜ୍ରପାତ ସହ ଘଡିଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମଙ୍ଗଳବାର ଓ ବୁଧବାର ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଜଗତସିଂହପୁର,ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଗୁରୁବାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।