Site icon ଆଜିକାଲି

ହିଜାବ ମାମଲାର ଶୁଣାଣି କଲେ ସୁପ୍ରିମକୋର୍ଟ; ଆସନ୍ତାକାଲି ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ କର୍ଣ୍ଣାଟକ ହିଜାବ ମାମଲାରେ ସୁପ୍ରିମକୋର୍ଟ ଜଷ୍ଟିସ ହେମନ୍ତ ଗୁପ୍ତା ଏବଂ ଜଷ୍ଟିସ ସୁଦର୍ଶନ ଧୁଲିଆଙ୍କ ଖଣ୍ଡପୀଠରେ ଆଜି ମାମଲାର ଶୁଣାଣି ହୋଇଛି । ଶୁଣାଣି କରି କର୍ଣ୍ଣାଟକ ସରକାରଙ୍କୁ ନୋଟିସ ଜାରି କରି ଜବାବ ତଲବ କରିଛନ୍ତି ସର୍ବୋଚ୍ଚ ନ୍ୟାୟଳୟ । ବୁଧବାର ଏହାର ପରବର୍ତ୍ତୀ ଶୁଣାଣି ହେବାନେଇ ସୁପ୍ରିମକୋର୍ଟ ସୂଚନା ଦେଇଛନ୍ତି ।

ଗତ ମାର୍ଚ୍ଚ ୧୫ ରେ କର୍ଣ୍ଣାଟକ ହାଇକୋର୍ଟଙ୍କ ରାୟ ଶୁଣାଣି ପରେ ଶ୍ରେଣୀଗୃହରେ ହିଜାବ ପିନ୍ଧିବାକୁ ବାରଣ କରାଯାଇଥିଲା । ହିଜାବ ଧର୍ମର ପ୍ରମୁଖ ଅଂଶ ନୁହେଁ ବୋଲି କହିଥିଲେ କୋର୍ଟ । ସ୍କୁଲ ୟୁନିଫର୍ମ ପିନ୍ଧିବାକୁ ମନା କରିପାରିବେନି ଛାତ୍ରାଛାତ୍ରୀ । ଶିକ୍ଷାନୁଷ୍ଠାନରେ ହିଜାବ ବ୍ୟାନକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନ ଶୁଣାଣି କରି ଏହି ରାୟ ଦେଇଥିଲେ କର୍ଣ୍ଣାଟକ ହାଇକୋର୍ଟ । କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକାଧିକ ପିଟିସନ ଦାଏର ହୋଇଥିଲା । ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ଉପରେ ସ୍ଥଗିତାଦେଶ ଜାରି ପାଇଁ ଆବେଦନର ଶୁଣାଣି କରି ଜଷ୍ଟିସ ହେମନ୍ତ ଗୁପ୍ତା ଏବଂ ଜଷ୍ଟିସ ସୁଧାଂଶୁ ଧୁଲିଆଙ୍କ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରିଛନ୍ତି । ଶୁଣାଣି ସମୟରେ କିଛି ଅବେଦନକାରୀ ମାମଲାକୁ ସ୍ଥଗିତ ରଖିବାକୁ ଅନୁରୋଧ କରିଥିଲେ

Exit mobile version