Site icon ଆଜିକାଲି

ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ, ୧୦ ତାରିଖ ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି । ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ବୁଧବାର ଗୃହ କାର୍ଯ୍ୟ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା। ବିଜେପି ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ପ୍ରଶ୍ନକାଳ ଓ ଶୂନକାଳ ମଧ୍ୟ ଚାଲି ପାରି ନ ଥିଲା। ହଟ୍ଟଗୋଳ ଯୋଗୁଁ ବାଚସ୍ପତି ଏକାଧିକ ଥର ଗୃହ କାର୍ଯ୍ୟକୁ ମୁଲତବି ରଖିଥିଲେ । ଗୃହ ସ୍ୱାଭାବିକ ନ ହେବାରୁ ବାଚସ୍ପତି ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଏଥି ସହ ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି।

Exit mobile version