କେନ୍ଦୁଝର, (ନିପ୍ର) କେନ୍ଦୁଝର ଜିଲ୍ଲା କୁସୁମିତା ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଛାତ୍ରୀ ମୃତ୍ୟୁ ମାମଲାରେ କ୍ଷତିପୂରଣ ଦେବାକୁ ନିର୍ଦେଶ ଦେଇଛନ୍ତି ରାଜ୍ୟ ମାନବିକ ଅଧିକାର ଆୟୋଗ । ଆୟୋଗ ମୃତ ଛାତ୍ରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨ ମାସ ମଧ୍ୟରେ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ କେନ୍ଦୁଝର ଜିଲ୍ଲାପାଳଙ୍କୁ ଏଥିରେ କୁହା ଯାଇଛି । ଉଲ୍ଲେଖନୀୟ ଯେ ଗତ ୨୦୧୪ ଫେବୃଆରୀ ୨୬ ତାରିଖରେ ଆବାସିକ ବିଦ୍ୟାଳୟ ଛାତ୍ରାବାସରେ ଫୁଡ ପଏଜନିଙ୍ଗ କାରଣରୁ ୧୧ ବର୍ଷୀୟ ନାବାଳିକାର ମୃତ୍ୟୁ ଘଟିଥିଲା।